28.1 C
Bhubaneswar
Saturday, July 27, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ଜଣେ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଜଣେ ଗୁରୁତର

ଜଳେଶ୍ବର: ବସ – ବାଇକମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ ବାଲେଶ୍ଵର ଜିଲ୍ଲା ଜଳେଶ୍ଵର-ଚନ୍ଦନେଶ୍ଵର ମୁଖ୍ୟ ରାସ୍ତା ନିକଟରେ ଦୁର୍ଘଟଣା ହୋଇଛି । ବସ୍‌କୁ ଧକ୍କା ଦେଇ ରାସ୍ତା ପାଖ ନାଳକୁ ଛିଟିକି ପଡିଥିଲେ ୨ ବାଇକ ଆରୋହୀ । ମେଡିକାଲକୁ ନେବା ବାଟରେ ଜଣଙ୍କର ମୃତ୍ୟୁ ଘଟିଥିଲା ।

ବାକି ଅନ୍ୟ ଗୁରୁତର ଜଣଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।ସେପଟେ ଘଟଣା ସ୍ଥଳରେ ଉତ୍ତେଜନା ଦେଖା ଦେଇଛି। ବସକୁ ଅଟକ ରଖି ତଦନ୍ତ କରୁଛି କମର୍ଦ୍ଦା ପୋଲିସ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking