କେନ୍ଦୁଝର : ଟ୍ରକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ । ସୋମବାର ସକାଳୁ କେନ୍ଦୁଝର ଜିଲ୍ଲାର ତେଲକୋଇ ଅଞ୍ଚଳ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୋଟେ ୧୬ ଚକିଆ ଟ୍ରକ ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମହିଳା ଜଣକ ନାତୁଣୀକୁ ବସରେ ବସାଇ ଘରକୁ ଫେରୁଥିବା ସମୟରେ ତାଙ୍କୁ ୧୬ ଚକିଆ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ହୋଇଯାଇଥିଲା । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଥିଲା ।