28.1 C
Bhubaneswar
Monday, May 27, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

ବରଗଡ଼ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଚାଲିଗଲା ୨ ଜୀବନ । ବରଗଡ଼ ନୋଗେନ୍ ପାଲି ଏପ୍ସିଆଇ ଗୋଦାମ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା । ପୋଲିସ ଘଟଣାସ୍ଥଳରେ ତଦନ୍ତ କରୁଛି ।

ଖବର ଅନୁଯାୟୀ, ବାଇକ୍ରେ ଦୁଇ ଜଣ ଯାଉଥିଲେ । ବରଗଡ଼ ନାଗେନପାଲି ଏଫ୍ସିଆଇ ସମ୍ମୁଖରେ ବାଇକ୍କୁ ଧକ୍କା ଦେଇଥିଲା ଟ୍ରକ । ଯେଉଁଥିରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଟାଉନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking