27.1 C
Bhubaneswar
Saturday, October 19, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୪ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୪ ମୃତ

ଆସାମ: ଆସାମ ଜୋରହାଟ ଜିଲ୍ଲା ଦେରଗାଓଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଏବଂ ଟ୍ରକ୍‌ ମଧ୍ୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ଘଟଣାସ୍ଥଳରେ ହିଁ ପାଞ୍ଚ ଜଣ ମହିଳା ଓ ଜଣେ ନାବାଳିକଙ୍କ ସହ ମୋଟ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ୨୭ ଜଣ ଗୁରୁତର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରାଷ୍ଟ୍ରୀୟ ରାଜମାର୍ଗ ୩୭ରେ ଡେରଗାଁଓରେ ସକାଳ ୫ଟାରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ଅନୁସାରେ ୪୫ ଯାତ୍ରୀ ପିକ୍‌ନିକ୍‌ କରିବାକୁ ଏକ ବସରେ ଗୋଲାଘାତରୁ ତିନସୁକିଆ ଯାତ୍ରା କରୁଥିଲା । ବିପରୀତ ଦିଗରୁ ଆସୁଥିବା କୋଇଲା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଟ୍ରକ୍ ଏବଂ ବସ୍ ଉଭୟର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଉଦ୍ଧାରକାର୍ଯ୍ୟ କରିଛନ୍ତି। ତେବେ ଏହି ଭୟଙ୍କର ଦୁର୍ଘଟଣାରେ ଯେଉଁମାନେ ଗୁରୁତର ଆହତ ହୋଇଛନ୍ତି ସେମାନଙ୍କୁ ଜୋରହାଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking