ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଲା ପିତୃପକ୍ଷ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆଶ୍ଵୀନ କୃଷ୍ଣ ପକ୍ଷ ପ୍ରତିପଦାରୁ ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ବା ଅପରପକ୍ଷ ଭାବେ ପାଳନ କରାଯିବାର ବିଧି ରହିଛି । ହିନ୍ଦୁ ଧର୍ମରେ ଏହାର ବିଶେଷ ମହତ୍ବ ରହିଥିବା ବେଳେ ଏହି ସମୟରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇଥାଏ । ୧୫ ଦିନ ପର୍ଯ୍ୟନ୍ତ ନିୟମ ନିଷ୍ଠାରେ ଏହି ପକ୍ଷ ପାଳନ କଲେ ପିତୃ ପୁରୁଷଙ୍କ ପରିବାର ଉପରେ ଆଶୀର୍ବାଦ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି । ନିୟମ ନିଷ୍ଠାର ସହ ଏହି ଅପରପକ୍ଷ ବା ପିତୃପକ୍ଷକୁ ପାଳନ କରନ୍ତି ଶ୍ରଦ୍ଧାଳୁ ।










