21.1 C
Bhubaneswar
Wednesday, November 27, 2024
Homeଓଡିଶାସୋଆ ମହିଳା ଶକ୍ତିକୁ ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ

ସୋଆ ମହିଳା ଶକ୍ତିକୁ ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ

ଭୁବନେଶ୍ୱର: ଜାତୀୟସ୍ତରରେ ସମ୍ମାନିତ ହେଲା ସୋଆ। ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମହିଳା ଶ୍ରମଶକ୍ତିକୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନିତ କରାଯାଇଛି ।ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ‘ସୋଆ ୱିମେନ୍ ୱାର୍କଫୋର୍ସ’କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । କୋଲକାତାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାରେ ଅଗ୍ରଣୀ ଭୂମିକା ନେଇଥିବା ମହିଳା ଓ ମହିଳା କାର୍ଯ୍ୟକାରୀ ମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ପୂର୍ବ ଏବଂ ଉତ୍ତର-ପୂର୍ବ ଭାରତରେ ଅବସ୍ଥାପିତ ବ୍ରିଟିଶ ଡେପୁଟି ହାଇକମିଶନର ଡକ୍ଟର ଆଣ୍ଡ୍ରିୟୁ ଫ୍ଲେମିଂ ଏବଂ  ଆଲାଏନ୍ସ ଫ୍ରାଞ୍ଚାଇଜ  ଡୁ ବେଙ୍ଗାଲେର ନିର୍ଦ୍ଦେଶକ ନିକୋଲାସ ଫାସିନୋ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ । ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ । ଏଥିସହ ବିଶେଷ କରି ପୂର୍ବ ଭାରତରେ ସମାଜର ବିଭିନ୍ନ ବର୍ଗରେ ଉନ୍ନତିମୂଳକ କାର୍ଯ୍ୟ କରୁଥିବା ମହିଳାମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା । ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍ ୱାର୍କ (ଏନ୍‌ଆଇଆରଏଫ୍‌) ରାଙ୍କିଙ୍ଗ ୨୦୨୪ ଅନୁଯାୟୀ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ହାସଲ କରିଥିବା ସୋଆରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ୫୪ ପ୍ରତିଶତ ହେଉଛନ୍ତି ଛାତ୍ରୀ । ସେହିପରି ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା ସହ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ମଧ୍ୟରେ ୪୨ ପ୍ରତିଶତ ମହିଳା ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking