29.1 C
Bhubaneswar
Wednesday, March 19, 2025
Homeଦେଶ ବିଦେଶକେତେ ବଢ଼ିଲା ବିଅରର ଦାମ ଜାଣନ୍ତୁ..

କେତେ ବଢ଼ିଲା ବିଅରର ଦାମ ଜାଣନ୍ତୁ..

ନୂଆଦିଲ୍ଲୀ: ବଢ଼ିଲା ବିଅର ଦାମ । ଦାମ ଶୁଣିଲେ ମାଦ୍ୟପମାନଙ୍କ ନିଶା ଛାଡ଼ିଯିବ । ବିଅର ଦାମ୍ ୧୫ ପ୍ରତିଶତ ବୃଦ୍ଧି ଘଟିଛି । ଫେବୃଆରୀ ୧୧ ତାରିଖ ଠାରୁ ବିଅରର ନୂଆ ଦାମ୍ ବଢ଼ିଛି । ସୂଚନା ଅନୁସରେ , ତେଲେଙ୍ଗାନା ସରକାର ବିଅରକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ବିଅରର ଦାମ୍ ବୃଦ୍ଧି ନିଷ୍ପତ୍ତି ହେବା ଫଳରେ ତାହା ଅନେକ ଲୋକଙ୍କୁ ଶକ୍ତ ଝଟକା ଦେଇଛି । ବିଅର କିଣିଲେ ଲୋକଙ୍କୁ ପୂର୍ବାପେକ୍ଷା ଅଧିକ ଟଙ୍କା ଦେବାକୁ ପଡ଼ିବ । ବିଅର କିଣିଲେ ପୂର୍ବରୁ ଲୋକମାନେ ଯେଉଁ ଟଙ୍କା ଦେଉଥିଲେ, ଏବେ ସେମାନଙ୍କୁ ୧୫ ପ୍ରତିଶତ ଅଧିକ ଟଙ୍କା ଦେବେ । ସରକାରଙ୍କ ଏହି ନିଷ୍ପତ୍ତି ଏବେ ଅନେକ ଲୋକଙ୍କ ଅସନ୍ତୋଷର କାରଣ ପାଲଟିଛିବିଅରର ଏହି ଦର ବୃଦ୍ଧି ସହ ବ୍ରାଣ୍ଡ ଆଧାରରେ ବିଅରର ଏକ ନିୟମିତ ୬୫୦ ମିଲିଲିଟର ବୋତଲର ଦାମ ପାଖାପାଖି ୧୭୦-୧୮୦ ଟଙ୍କା ପର୍ଯ୍ୟନ୍ତ ହେବାର ସମ୍ଭାବନା ରହିଛି । ବିଅର ଦାମରେ ୧୫ ପ୍ରତିଶତ ବୃଦ୍ଧି କରାଯାଇଛି । ରାଜ୍ୟ ସରକାରଙ୍କ ଅବକାରୀ ନୀତି ଅନୁସାରେ ବିଅରର ସଂଶୋଧନ ଦର ଲାଗୁ କରାଯାଇଛି । ମଦ ବିକ୍ରି ଦ୍ବାରା ରାଜସ୍ବ ବୃଦ୍ଧି କରିବା ଏହି ନିଷ୍ପତ୍ତି ପଛର ଉଦ୍ଦେଶ୍ୟ ରହିଛି । ରାଜ୍ୟ ସରକାର ଅବକାରୀ ଶୁଳ୍କକୁ ସଂଶୋଧନ କରିବା ପରେ ବିଅର ଦାମ୍ ୧୫ ପ୍ରତିଶତ ବୃଦ୍ଧି ଘଟିଛି । ରାଜ୍ୟ ସରକାରଙ୍କ ଏହି ପଦକ୍ଷେକ୍ଷ ଫଳରେ ତେଲେଙ୍ଗାନା ଦକ୍ଷିଣ ଭାରତରେ ବିଅର ବ୍ୟବହାରରେ ସବୁଠାରୁ ମହଙ୍ଗା ରାଜ୍ୟ ମଧ୍ୟରେ ସାମିଲ ହୋଇଛି । ଉକ୍ତ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ପରେ ଆଜିଠାରୁ ସଂଶୋଧିତ ଦର ଲାଗୁ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking