ଭୁବନେଶ୍ୱର: ଗତକାଲି ସରିଛି ଅକ୍ଷୟ ତୃତୀୟା । ଆଜି ସୁନା ଦରରେ କଣ ପରିବର୍ତ୍ତନ ହୋଇଛି ଆସନ୍ତୁ ଜାଣିବା । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୧, ୪୨, ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୧, ୫୬, ୬୫୫ ଟଙ୍କା ରହିଛି । ଓଡିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୨୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୩୫୦ ଟଙ୍କା ରହିଛି । ସେହିପରି ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ଯଥାକ୍ରମେ ୧,୫୫,୪୪୦ ଏବଂ ୧, ୪୨, ୫୦୦ ଟଙ୍କା ରହିଛି ।










