21.1 C
Bhubaneswar
Sunday, January 18, 2026
Homeଅପରାଧଦୋକାନରୁ ଚୋରି ପରେ ନିଆଁ

ଦୋକାନରୁ ଚୋରି ପରେ ନିଆଁ

ସୋର: ସିଙ୍ଗାଖୁଣ୍ଟା ବଜାରରେ ଥୁବା ଏକ ତେଜରାତି ଦୋକାନରୁ ଚୋରି କରିବା ପରେ ଦୋକାନରେ ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ। ସିଙ୍ଗାଖୁଣ୍ଟା ପଞ୍ଚାୟତ ଗୁଜଡ଼ିହା ଗ୍ରାମର ଉପେନ୍ଦ୍ର ଦୀକ୍ଷିତ ଦୀର୍ଘଦିନ ଧରି ଏହି ବଜାରରେ ଏକ ବଡ଼ ତେଜରାତି ଓ ଭେରାଇଟି ଷ୍ଟୋର କରିଛନ୍ତି। ଗତକାଲି ଦୋକାନ ବନ୍ଦ କରି ଘରକୁ ଯାଇସାରିବା ପରେ, ବିଳମ୍ବିତ ରାତିରେ ଚୋରମାନେ ଦୋକାନରେ ପଶି ଚୋରି କରିବାକୁ ଉଦ୍ୟମ କରି ଦୋକାନର ସଟରକୁ ଗ୍ୟାସ କଟରରେ କାଟିଥିଲେ। ଏହି ସମୟରେ ଦୋକାନରୁ ଚୋରି କରିବା ସହିତ ନିଆଁ ଲଗାଇଦେଇଥିଲେ। ସ୍ଥାନୀୟ ଲୋକେ ଜାଣିପାରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିବା ସହିତ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀ ଗୋଟିଏ ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ସେତେବେଳକୁ ଦୋକାନଟି ସମ୍ପୂର୍ଣ ପୋଡି ନଷ୍ଟ ହୋଇଯାଇଥିଲା। ଏଥିରେ ୧ କୋଟିରୁ ଅଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking