ଗଞ୍ଜାମ: ଛତ୍ରପୁର ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କାଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅଫିସର ସମସ୍ତ ଜିନିଷ ସହ ଗୁରୁତ୍ୱପୂଣ୍ଣ କାଗଜ ପୋଡି ପାଉଁଶ ହୋଇଯାଇଛି । ସଟସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ । ସୂଚନା ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଆୟତ୍ତ କରିଛି ।










