30.1 C
Bhubaneswar
Wednesday, April 24, 2024
Homeଓଡିଶାନୂଆ ପରିଚୟ ପାଇବେ ଅଗ୍ନିଶମ ବାହିନୀ : ଅଗ୍ନିଶମ ବିଭାଗ ପାଇଁ ୨୪୬ କୋଟିର ଚିଠା...

ନୂଆ ପରିଚୟ ପାଇବେ ଅଗ୍ନିଶମ ବାହିନୀ : ଅଗ୍ନିଶମ ବିଭାଗ ପାଇଁ ୨୪୬ କୋଟିର ଚିଠା ପ୍ରସ୍ତୁତ

ଭୁବନେଶ୍ୱର: ଏଣିକି ଅଗ୍ନିଶମ ବାହିନୀ ନାଁ ବଦଳିଯିବ । ନାମ ବଦଳି ନୂତନ ନାମ ରଖାଯିବ ଅଗ୍ନିଶମ ଏମର୍ଜେନ୍ସି ବିଭାଗ ହେବ । ଏହାସହ ଏନଡିଆରଏଫ୍ ଭଳି ଅଗ୍ନିଶମ ବାହିନୀ ମଧ୍ୟ ତ୍ୱରିତ ସେବା ପ୍ରଦାନ କରିବା ସହ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଆନ୍ତର୍ଜାତୀୟ ମାନର ପ୍ରଶିକ୍ଷଣ ଦିଆଯିବ ବୋଲି ବୁଧବାର ଓଡିଶା ଅଗ୍ନିଶମ ନିର୍ଦ୍ଦେଶାଳୟ ଦ୍ୱାରା ଓଡିଶା ଅଗ୍ନିଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନ ଭୁବନେଶ୍ୱର ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ବରିଷ୍ଠ ଅଗ୍ନିଶମ ଅଧିକାରୀ ଅଧିବେଶନ-୨୦୨୨ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଅଭିଭାଷଣରେ କହିଛନ୍ତି ।

ରାଜ୍ୟ ସରକାର ଅଗ୍ନିଶମ ବିଭାଗ ପାଇଁ ୪୦୦ କୋଟିର ଖର୍ଚ୍ଚ ପାଇଁ ଆକଳନ କରିଛନ୍ତି । ତେବେ କେନ୍ଦ୍ର ଅଗ୍ନିଶମ ବିଭାଗକୁ ରାଜ୍ୟ ଅଗ୍ନିଶମ ବିଭାଗର ଉନ୍ନତିକରଣ ପାଇଁ ୨୪୬ କୋଟି ପ୍ରଦାନ ପାଇଁ ଏକ୍ ଚିଠା ପ୍ରସ୍ତୁତ କରାଯାଇଛି । ଆଗକୁ ଅଗ୍ନିଶମ ବିଭାଗ କେବଳ ନିଆଁ ଲିଭା ନୁହେଁ ଏନଡିଆରଏଫ କରୁଥିବା କାର୍ଯ୍ୟ ଠାରୁ ଅଧିକ କିଛି କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି । କଟକ ଭୁବନେଶ୍ୱରରେ ଲୋକଙ୍କୁ ଆପାତଃକାଳୀନ ସେବା ଯୋଗାଇଦେବାକୁ ୨୦୦ ସ୍ୱତନ୍ତ୍ର ଅଗ୍ନିଶମ ବାହିନୀ ପ୍ରସ୍ତୁତ କରିବାକୁ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନ ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିବା କହିଛନ୍ତି ।

ଓଡିଶା ଅଗ୍ନିଶମ ନିର୍ଦ୍ଦେଶାଳୟ ଦ୍ୱାରା ଓଡିଶା ଅଗ୍ନଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନ ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ ବରିଷ୍ଠ ଅଗ୍ନିଶମ ଅଧିକାରୀ ଅଧିବେଶନ ୨୦୨୨ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ୨୦୪୭ ସୁଦ୍ଧା ଓଡ଼ିଶାରେ ଅଗ୍ନିକାଣ୍ଡ ଓ ବିପତ୍ତିର ତ୍ୱରିତ ମୁକାବିଲା ଲାଗି ଅତ୍ୟାଧୁନିକ ଜ୍ଞାନ କୈଶଳ ସହ ଆନ୍ତର୍ଜାତୀୟ ମାନର ପ୍ରଶିକ୍ଷଣର ସୁବିଧା ସମ୍ପନ୍ନ ଭିତ୍ତିଭୂମିର ବିକାଶ ଆବଶ୍ୟକତାକୁ ଜୋର୍ ଦେଇଛନ୍ତି । ସମ୍ମାନୀୟ ଅତିଥି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ବିଗତ ବର୍ଷ ମାନଙ୍କରେ ପ୍ରାକୃତିକ ବିପର୍ଯ୍ୟୟ ବେଳେ ରାଜ୍ୟ ଓ ଜାତୀୟ ସ୍ତରରେ ଅଗ୍ନିଶମ ଅଧିକାରୀ ମାନଙ୍କର ଅତୁଳନୀୟ ଯୋଗଦାନ ଦ୍ୱାରା କିପରି ଅମୂଲ୍ୟ ଜନଜୀବନ ଓ ସମ୍ପଦର ରକ୍ଷା ହେଇପାରିଛି ତାର ଭୂୟସୀ ପ୍ରଶଂସା କରିଥିଲେ । ବିପର୍ଯ୍ୟୟ ସମୟରେ ଓଡ଼ିଶା ସରକାରଙ୍କ ‘ଜିରୋ କାଜୁଆଲିଟି’ର ପ୍ରତିବଦ୍ଧତାକୁ ଅଗ୍ନିଶମ ସେବା ଆହୁରି ଦୃଢ଼ କରି ପାରିଥିବାରୁ ସାଧୁବାଦ ଜଣାଇ ଥିଲେ । ଏହି ଅବସରେ ଅଗ୍ନିଶମ ମହାନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ ଅନ୍ୟ ଶିଳ୍ପାଞ୍ଚଳ ସହ ତୈଳ ଓ ରାସାୟନିକ ଶିଳ୍ପଗୁଡିକର ଅଗ୍ନି ବିପତ୍ତି ନିରୋଧ କ୍ଷମତା ବୃଦ୍ଧି କରିବା ଜରୁରୀ ବୋଲି ମନ୍ତବ୍ୟ ରଖିଥିଲେ ।

ଏହା ବ୍ୟତୀତ ଭବିଷ୍ୟତରେ ଅତି ଉଚ୍ଚ ନିର୍ମାଣର ସୁରକ୍ଷା, ରେଳ ଓ ମେଟ୍ରୋ ଅଘଟଣ, ସାମୂଦ୍ରିକ ତୈଳ ବିଛ୍ଥୁରଣ ମୁକାବିଲା କ୍ଷେତ୍ରରେ ପାରଦର୍ଶୀ ହେବାକୁ ପଡ଼ିବ ବୋଲି ଅଗ୍ନିଶମ ଅଧୀକାରୀଙ୍କୁ ଉପଦେଶ ଦେଇଥିଲେ । ଅଧିବେଶନରେ ଅଗ୍ନି, ବିପତ୍ତି ଓ ମଣିଷ ଉପରେ ତାର ମନୋବୈଜ୍ଞାନିକ ପ୍ରଭାବ ବିଷୟରେ ଆଲୋଚନା କରାଯାଇଥିଲା । ବନ୍ୟଜନ୍ତୁ ସୁରକ୍ଷା ଓ ଜଙ୍ଗଲ ନିଆଁ ପ୍ରତିରୋଧ ଲାଗି ମୁକାବିଲା ଓ ଜନଜାଗୃତି ଆବଶ୍ୟକତା ବିଷୟରେ ଚର୍ଚ୍ଚା ମଧ୍ୟ କରାଯାଇଥିଲା । ଅଧିକାରୀମାନେ ଅଗ୍ନି ନିରୋଧ, ପ୍ରତିରୋଧ ଓ ଶମନ ଭିତ୍ତିକ ଅନେକ ଆଲୋଚ୍ୟ ପ୍ରସଙ୍ଗ ଉପସ୍ଥାପନ କରିଥିଲେ । ଏହି ଅବସରରେ ଅତିଥିମାନେ ଫାୟାର ସର୍ଭିସ ନିଉଜ ବୁଲିଟିନ୍ ଓ ଟେଲିଫୋନ ଡିରେକ୍ଟୋରୀ ଉନ୍ମୋଚନ କରିଥିଲେ । ଶେଷରେ ମୁଖ୍ୟ ଅଗ୍ନିଶମ ଅଧିକାରୀ, ଓଡ଼ିଶା ଦେବେନ୍ଦ୍ର କୁମାର ସ୍ୱାଇଁ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking