ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି । ନିଆଁ ଲାଗିଥିବା ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି । ନିଆଁ ଲାଗିବା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନାହିଁ ।