31.1 C
Bhubaneswar
Tuesday, April 23, 2024
Homeଓଡିଶାଫଳ ବଜାରରେ ଅଗ୍ନିକାଣ୍ଡ : ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଫଳ ବଜାରରେ ଅଗ୍ନିକାଣ୍ଡ : ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରସ୍ଥିତ କଳ୍ପନା ଛକ ଓଭରବ୍ରିଜ ଫଳ ବଜାରରେ ନିଆଁ ଲାଗି ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି।
ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ଏହି ଫଳ ବଜାରରେ ନିଆଁ ଲାଗିଯିବାରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଦୋକାନ ପୋଡି ପାଉଁଶ ହୋଇଯାଇଛି। ଏଥିସହ ଏହି ଦୋକାନ ଗୁଡ଼ିକରେ ଥିବା ବହୁ ପରିମାଣର ଫଳ ମଧ୍ୟ ପୋଡି ନଷ୍ଟ ହୋଇଯାଇଛି। ବିଳମ୍ବିତ ରାତିରେ ଘଟିଥିବା ଏହି ଅଗ୍ନିକାଣ୍ଡର କାରଣ ଏପର‌୍ୟ୍ୟନ୍ତ ଜଣାପଡିନି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
https://onakhabar.com/2020/01/23/child-brother-sister/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking