31.1 C
Bhubaneswar
Thursday, February 19, 2026
Homeଓଡିଶାକପଡା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

କପଡା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା କପଡା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । କର୍ମଚାରୀମାନେ ନିଆଁ ଲିଭାଇବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ନିଆଁ ଲିଭାଇବା ପାଇଁ ୩ଟି ଦମକଳ ବାହିନୀ ଗାଡି ପହଞ୍ଚିଥିଲା । ବହୁ ଚେଷ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିଲା । ତେବେ ନିଆଁର ତାପରେ ହଜାର ହଜାର ଟଙ୍କାର କପଡା ଜଳିପୋଡି ପାଉଁଶ ହୋଇଯାଇଛି । ଏହି ଅଘଟଣରେ କେହି ମୃତାହତ ହୋଇନଥିବା ଜଣାପଡିଛି । ନିଆଁ କିପରି ଲାଗିଲା ତାହାର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ଆକଳନ କରାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking