14.1 C
Bhubaneswar
Sunday, December 7, 2025
Homeଓଡିଶାଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବଣ୍ଟନ

ଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବଣ୍ଟନ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏନେଇ ଆୟୋଜିତ ହୋଇଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନ୍ତ୍ୟୋଦୟ ଗୃହ ଯୋଜନାରେ ୪୮, ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଣ୍ଟନ କରାଯାଇଛି । ପ୍ରଥମ କିସ୍ତି ବଣ୍ଟନ କରି ହିତାଧିକାରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । କଥା ହୋଇ ଧାର୍ଯ୍ୟ ସମୟ ଭିତରେ ଘର କରିବାକୁ ଦେଲେ ପରାମର୍ଶ । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୫୦ ହଜାର ସାମିଲ ହୋଇଥିଲେ । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ `ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା । ଏହା ଅଧିନରେ ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି ।  ଚଳିତ ବଜେଟ୍‌ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking