28.1 C
Bhubaneswar
Tuesday, July 2, 2024
Homeଓଡିଶାସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ

ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ଯର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ସେହିପରି ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହ ୫୦ ରୁ ୬୦ କି. ମି. ବେଗରେ ପବନ ବହିବ ତେଣୁ ସମୁଦ୍ର ନ ଯିବାକୁ ବାରଣ କରାଯାଇଛି। ପ୍ରଶାସନ ପକ୍ଷରୁ ପାରାଦ୍ୱୀପ ସମୁଦ୍ର କୂଳ ଅଞ୍ଚଳ ବାସିନ୍ଦାଙ୍କୁ ଏନେଇ ସତର୍କ ସୂଚନା ଜାରି ହୋଇଛି। ତେବେ ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହିତ ବିଜୁଳି ,ଘଡଘଡି ସହିତ ପ୍ରବଳ ପବନ ବୋହିବ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking