25.1 C
Bhubaneswar
Sunday, March 16, 2025
Homeଓଡିଶା୫ ଦିନ ହିଟ ୱେଭ : ୩ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ

୫ ଦିନ ହିଟ ୱେଭ : ୩ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ

ଭୁବନେଶ୍ୱର: ଆଗାମୀ ୫ ଦିନ ଗ୍ରୀଷ୍ମ ପ୍ରବାହ କରିବ କଲବଲ । ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଅତ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଯାହାଦ୍ୱାରା ବିଶେଷ ଭାବେ ପ୍ରଭାବିତ ହେବ ଝାରସୁଗୁଡ଼ା, ସମ୍ବଲପୁର,ମୟୂରଭଞ୍ଜ ଜିଲ୍ଲା । ଏଥିସହ ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, ଅନୁଗୁଳ, ଢେ଼ଙ୍କାନାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଗଜପତି, ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲା ମଧ୍ୟ ତାତିରେ ପ୍ରଭାବିତ ହେବ । ଅନ୍ୟପଟେ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ଖୋର୍ଦ୍ଧା, ପୁରୀ, ଯାଜପୁର ସମେତ ବଲାଙ୍ଗୀର, ବୌଦ୍ଧ, ସୁନ୍ଦରଗଡ଼ ଓ ମାଲକାନଗିରି ଜିଲ୍ଲା ପ୍ରଭାବିତ ହେବ । ଆସନ୍ତାକାଲି ଝାରସୁଗୁଡ଼ା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ମାତ୍ରା ଅଧିକ ରହିବ । ଏଥିସହ କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୁଳ ଢେଙ୍କାନାଳ ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଅଧିକ ଗ୍ରୀଷ୍ମ ପ୍ରବାହ ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking