ଭଦ୍ରକ: ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଜରୁରୀକାଳୀନ ପ୍ରଶାସନିକ କାର୍ଯ୍ୟ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ନିର୍ଦ୍ଦେଶ ଅନୁଯାୟୀ,ସମସ୍ତ ଅଧିକାରୀ ଓ କର୍ମଚାରୀ ନିଜ ନିଜ ମୁଖ୍ୟାଳୟରେ ରହିବେ। ଏହାସହ ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ବର୍ତ୍ତମାନ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ ଛୁଟି ବାତିଲ୍ କରି ନିଜ ନିଜ କାର୍ଯ୍ୟସ୍ଥଳରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି।










