21.1 C
Bhubaneswar
Monday, December 8, 2025
Homeଓଡିଶାଏଫଏମ୍ ଛାତ୍ରୀ ମୃତ୍ୟୁ: ୩୪୯ ପୃଷ୍ଠାର ଚାର୍ଜସିଟ୍ ଦାଖଲ

ଏଫଏମ୍ ଛାତ୍ରୀ ମୃତ୍ୟୁ: ୩୪୯ ପୃଷ୍ଠାର ଚାର୍ଜସିଟ୍ ଦାଖଲ

ବାଲେଶ୍ୱର: ବାଲେଶ୍ୱର ଏଫଏମ୍ ଛାତ୍ରୀ ଆତ୍ମଦାହ ମାମଲାରେ ଚାର୍ଜସିଟ୍ ଦାଖଲ କରାଯାଇଛି । ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ବାଲେଶ୍ୱର ଏସ୍‌ଡିଜିଏମ୍ କୋର୍ଟରେ ଦାଖଲ ହେଲା ଚାର୍ଜସିଟ୍ । ୩୪୯ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ୧୨୦ ଜଣଙ୍କ ସାଖ୍ୟ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ । ସୂଚନାଯୋଗ୍ୟ, ଜୁଲାଇ ୧୨ ତାରିଖ ମଧ୍ୟାହ୍ନରେ ଏଫଏମ କଲେଜ ପରିସରରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ । ଛାତ୍ରୀଙ୍କ ଶରୀରର ପ୍ରାୟ ୯୫ ପ୍ରତିଶତ ପୋଡ଼ି ଯାଇଥିଲା । ତାଙ୍କୁ ସଂକଟାପନ୍ନ ଅବସ୍ଥାରେ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରାଯାଇଥିଲା । ଲାଇଫ ସପୋର୍ଟ ସିଷ୍ଟମରେ ରଖି ଚିକିତ୍ସା ଚାଲିଥିଲା । ୧୦ ଜଣିଆ ବିଶେଷଜ୍ଞ ଦଳ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିଲେ । ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ବେ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ପରିଲକ୍ଷିତ ହୋଇନଥିଲା । ଶେଷରେ ସେ ଜୀବନ ହାରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking