19.1 C
Bhubaneswar
Thursday, February 12, 2026
Homeଓଡିଶାବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦୂତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ। ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ଅର୍ଥାତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ।  ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking