ପୁରୀ: ଆସନ୍ତାକାଲି ବୌଶାଖ କୃଷ୍ଣ ଦଳମୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀ ବିଗ୍ରହ ଶୃଙ୍ଗାର କରିବେ । ଦ୍ୱିତୟ ଭୋଗ ମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ୱସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ସୂଚନା ଦେଇଛନ୍ତି । ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପଯ୍ୟନ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ । ରାତି ୧୦ଟା ପରେ ସର୍ୱସାଧାରଣ ଦର୍ଶନ ସ୍ୱାଭାବିକ ହେବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।