17.1 C
Bhubaneswar
Friday, February 13, 2026
Homeଓଡିଶାଅଜଣା ଗାଡି ଧକ୍କାରେ ପୂର୍ବତନ ସମିତିସଭ୍ୟଙ୍କ ମୃତ୍ୟୁ

ଅଜଣା ଗାଡି ଧକ୍କାରେ ପୂର୍ବତନ ସମିତିସଭ୍ୟଙ୍କ ମୃତ୍ୟୁ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଛତିକୁଡା ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟଙ୍କର ମୃତ୍ୟୁ ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନା ଅନୁସାରେ, ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ କୌଣସି କାମରେ ଭବାନୀପାଟଣା ଯାଇ ସନ୍ଧ୍ୟାରେ ନିଜର ବାଇକରେ ଘରକୁ ଫେରୁଥିଲେ। ଏହି ସମୟରେ ହଠାତ ଛତିକୁଡା ଛକ ନିକଟସ୍ଥ ତାରିଣୀ ଢ଼ାବା ସାମ୍ନାରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଏହି ଧକ୍କାରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ଖବର ପାଇ ନର୍ଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି। ତେବେ ଏହି ଦୁର୍ଘଟଣା ପରେ ଚମ୍ପାଦେଇପୁର ପଞ୍ଚାୟତରେ ଶୋକର ଛାୟା ଖେଳି ଯାଇଛି। ସ୍ଥାନୀୟ ଲୋକମାନେ କ୍ଷତି ପୂରଣ ଦାବିରେ ରାସ୍ତାରୋକ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking