32.1 C
Bhubaneswar
Friday, May 3, 2024
Homeଦେଶ ବିଦେଶହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପରଲୋକ

ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ଆଜି ପରଲୋକ ହୋଇଛି । ସିମଲାରେ ଭୋର ୩ଟା ୪୦ ସମୟରେ ସେ ସବୁଦିନ ପାଇଁ ଆଖି ବୁଜିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିବା ବେଳେ ସେ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ । ସୋମବାର ହୃଦଘାତ ପରେ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା । ସେ ଦୁଇ ମାସରେ ଦୁଇଥର ଏପ୍ରିଲ୍ ୧୨ ଏବଂ ଜୁନ୍ ୧୧ ରେ କରୋନାଭାଇରସ୍ ରୋଗରେ ସଂକ୍ରମିତ ହୋଇଥିଲେ । ତେବେ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ ବୀରଭଦ୍ର । ସେ ୯ ଥର ବିଧାୟକ ଏବଂ ୫ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଏହା ସହ ୬ ଥର ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ ବୀରଭଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking