ଭବାନୀପାଟଣା: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରା। ଆଜି ସକାଳେ ଭବାନୀପାଟଣା ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ୧୯୩୮ ମସିହା ଅପ୍ରେଲ ୧୨ ତାରିଖରେ ସେ ଜନ୍ମଗ୍ରହଣ କରିଥିଲେ। ସେ କୃଷି ଓ ସମବାୟ ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। । ସେ ଭାରତୀୟ ଜାତୀୟ କଂଗ୍ରେସର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୭ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରୁ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।










