30.1 C
Bhubaneswar
Saturday, September 21, 2024
Homeଓଡିଶାକଂଗ୍ରେସରେ ଯୋଗ ଦେଲେ ପୁର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ

କଂଗ୍ରେସରେ ଯୋଗ ଦେଲେ ପୁର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ

ଭୁବନେଶ୍ୱର : କଂଗ୍ରେସରେ ଯୋଗ ଦେଲେ ପୁର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ । ଭବାନୀପାଟନାରେ ଆୟୋଜିତ ସମାବେଶରେ ହାତ ଧରିଲେ । କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତିଙ୍କ ଉପସ୍ଥିତିରେ ସାମିଲ ହେଲେ । ସୂଚନାଯୋଗ୍ୟ, ଗତ ଜାନୁଆରି ୮ ତାରିଖରେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ, ଲଗାତାର ଭାବରେ ୧୯୯୦ ମସିହାରୁ ବଳଭଦ୍ର ମାଝୀ ଲାଞ୍ଜିଗଡ଼ ବିଧାନସଭାରୁ ୫ଥର ନିର୍ବାଚିତ ହୋଇଥିଲେ। ହେଲେ ୨୦୧୯ରେ ଦଳ ତାଙ୍କୁ ଟିକେଟ ଦେଇନଥିଲା। ଟିକେଟ କଟିବା ପରେ କର୍ମୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ତାପରେ ବି ସେ ବିଜେଡିରେ ସକ୍ରିୟ ଥିଲେ। ହେଲେ ଦଳରେ ଅବହେଳାର ଶିକାର ହୋଇଥିବା କାରଣରୁ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking