40.1 C
Bhubaneswar
Saturday, April 27, 2024
Homeଓଡିଶାକଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂହ ଭୋଇ

କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂହ ଭୋଇ

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ବଲାଙ୍ଗୀର ଜିଲ୍ଲା ସଭାପତି ସୁରେନ୍ଦ୍ର ସିଂହ ଭୋଇ ଗୁରୁବାର କଂଗ୍ରେସ ଛାଡ଼ିଛନ୍ତି । ଶ୍ରୀ ଭୋଇ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ବଲାଙ୍ଗୀର ଜିଲ୍ଲା କଂଗ୍ରେସ କମିଟିର ସଭାପତି ପଦ ମଧ୍ୟ ଛାଡ଼ିଛନ୍ତି । ଏଥି ସହିତ ସେ ନିଜର ଇସ୍ତଫା ପତ୍ରକୁ ପିସିସି ସଭାପତିଙ୍କ ଜରିଆରେ କଂଗ୍ରେସ କମିଟିର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ପଠାଇଛନ୍ତି । ଦଳ ଛାଡ଼ିବା ସହିତ ପୂର୍ବତନ ମନ୍ତ୍ରୀ ଏହାର କାରଣ ମଧ୍ୟ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ସୂଚନାଯୋଗ୍ୟ ଶ୍ରୀ ଭୋଇ କଂଗ୍ରେସ ସହିତ ୩୮ ବର୍ଷ କାମ କରିଛନ୍ତି । ୧୯୯୫ରୁ ୨୦୦୪ ପର୍ଯ୍ୟନ୍ତ ସଇଁତଳାରୁ ବିଧାୟକ ହୋଇଥିଲେ । ସେହିପରି ୨୦୦୯ରୁ ୨୦୧୪ ଯାଏଁ ଟିଟିଲାଗଡ଼ରୁ ବିଧାୟକ ହୋଇଥିଲେ । କଂଗ୍ରେସ ସରକାରରେ ସେ ଜଙ୍ଗଲ ଓ ପରିବେଶ, ଗ୍ରାମ୍ୟ ଉନ୍ନୟନ ବିଭାଗରେ ମନ୍ତ୍ରୀ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking