ରାୟଗଡା: ରାୟଗଡ଼ାର ବହୁଚର୍ଚ୍ଚିତ ଭାଗିରଥି ମାଣ୍ଡାଙ୍ଗି ହତ୍ୟା ମାମଲାରେ ଆଜି (ସୋମବାର) ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ ଜେଲ ଯାଇଛନ୍ତି। ଶ୍ରୀ ରାଓ ଆଜି ରାୟଗଡା ଏସଡିଜେମ୍ କୋର୍ଟରେ ଆତ୍ମ ସମର୍ପଣ କରିଥିଲେ। ମାଜିଷ୍ଟ୍ରେଟ୍ ତାଙ୍କର ଜାମିନ ଆବେଦନ ନାମଞ୍ଜୁର କରି ବିଚାରବିଭାଗୀୟ ହାଜତକୁ ପଠାଇଦେଇଛନ୍ତି।ଭାଗିରଥି ମାଣ୍ଡାଙ୍ଗି ହତ୍ୟା ଘଟଣାରେ ଓଡ଼ିଶା ହାଇକୋର୍ଟ ଚଳିତ ବର୍ଷ ୨୨ ଜାନୁଆରି ୨୦୨୬ରେ ଅଭିଯୁକ୍ତମାନଙ୍କୁ ଆଗୁଆ ଜାମିନ ପ୍ରଦାନ କରିଥିଲେ। ଏହା ବିରୋଧରେ ମୂଳ ଅଭିଯୋଗକାରୀ ଜଗନ୍ନାଥ ମାଣ୍ଡାଙ୍ଗି ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୁପ୍ରିମ୍ କୋର୍ଟ ଏହି ଆବେଦନ ଉପରେ ଶୁଣାଣି କରି ହାଇକୋର୍ଟ ଦେଇଥିବା ଜାମିନକୁ ଖାରଜ କରିଦେଇଥିଲେ।










