26.1 C
Bhubaneswar
Friday, March 27, 2026
Homeଓଡିଶାଓଡ଼ିଶା ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ

ଓଡ଼ିଶା ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ

ଭୁବନେଶ୍ୱର:  ଓଡ଼ିଶା ବିଧାନସଭାର ୪ ନମ୍ବର ୟୁନିଟ୍‌ସ୍ଥିତ ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ ହୋଇଯାଇଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇଙ୍କ ଉପସ୍ଥିତିରେ ଏଥି ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ ।ଏଠାରେ ସୂଚନାଯୋଗ୍ୟ ଯେ ପୁରାତନ ଅତିଥି ଭବନରେ ୨୩ଟି ରୁମ୍‌ ଥିବାବେଳେ ଏବେ ସ୍ଥାନାଭାବର ସମସ୍ୟା ଦେଖାଦେଉଛି । ଏଥିପାଇଁ ୩ କୋଟି ୮ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ବ୍ୟୟରେ ସମ୍ପ୍ରସାରିତ ଅଟ୍ଟାଳିକାର କାର୍ଯ୍ୟ ଆରମ୍ଭ ହେବ ।

ଏହି ତିନିମହଲାବିଶିଷ୍ଟ ଅଟ୍ଟାଳିକାରେ ମୋଟ ୧୬ଟି ରୁମ୍‌ ନିର୍ମାଣ ହେବାକୁ ଥିବାବେଳେ ଏହିସବୁ ବିଲ୍‌ଡିଂ ଲିଫଫ ଦ୍ୱାରା ସଂଯୁକ୍ତ ହେବ । ମୋଟ ୯ ହଜାର ବର୍ଗଫୁଟରୁ ଊଦ୍ଧ୍ୱର୍ ସ୍ଥାନରେ ନିର୍ମାଣ କାର୍ଯ୍ୟ ହେବାକୁ ଥିବାବେଳେ ଆଗାମୀ ୨୦୨୬ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଏହି ପ୍ରକଳ୍ପର କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ।ଏହା ଦ୍ୱାରା ସମୁଦାୟ ରୁମ୍‌ ସଂଖ୍ୟା ୩୯କୁ ବୃଦ୍ଧି ପାଇବ । ଅନ୍ୟ ପକ୍ଷରେ ବିଧାନସଭାର ଓଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଥିବା ନୂତନ ଅତିଥି ଭବନରେ ୧୮ଟି ରୁମ୍‌ ରହିଥିବାବେଳେ ନୂଆ ଓ ପୁରୁଣାକୁ ମିଶାଇ ରୁମ୍‌ ସଂଖ୍ୟା ୫୭ ହେବ । ଏହି ଅତିଥି ଭବନ ପାଇଁ ଏବେ ଅନ୍‌ଲାଇନ୍‌ର ବୁକିଂର ସୁବିଧା କରାଯିବା ସହ ୨୪ ଘଣ୍ଟିଆ ନିରାପତ୍ତା ବ୍ୟବସ୍ଥା ଆହୁରି ସମନ୍ୱିତ ହେବ । ଏହା ଦ୍ୱାରା ଏହିସବୁ ଅତିଥି ଭବନରେ ରହଣି ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ଓ ଆରାମଦାୟକ ହୋଇପାରିବ । ଏହା ଦ୍ୱାରା ଭୁବନେଶ୍ୱରକୁ ଆସୁଥିବା ପୂର୍ବତନ ବିଧାୟକମାନେ ସୁବିଧାରେ ଏହି ଅତିଥି ଭବନରେ ରହିପାରିବେ । ଏହି କାର୍ଯ୍ୟକ୍ରମରେ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking