ଭୁବନେଶ୍ୱର: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିବ ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜାତୀୟ ସଡକ ସୁରକ୍ଷା କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଓ ନୂଆ ବିଧାନସଭା । ୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଭବନ । ଏଥି ପାଇଁ ଖର୍ଚ୍ଚ ହେବ ୩୬୨୩ କୋଟି ଟଙ୍କା । ଏନେଇ ଅନୁମୋଦନ ହୋଇଛି ମାଷ୍ଟରପ୍ଲାନ । ନୂଆ ଲୋକସେବା ଭବନରେ ହେବ ଭୂତଳ ପାର୍କିଂ ।









