ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଆଜି ସକାଳେ ୪ଟି ଗେଟ୍ ବନ୍ଦ କରିଦିଆଯାଇଛି। ଉପରମୁଣ୍ଡରେ ଜଳପ୍ରବାହ କମିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ଫଳରେ ଏବେ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଏଥିଭିତରୁ ବାମ ପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାଯାଇଛି। ସୂଚନାଯୋଗ୍ୟ, ଗତକାଲି ଅଧିକ ଜଳ ପ୍ରବେଶକୁ ଦୃଷ୍ଟିରେ ରଖି ଶୁକ୍ରବାର ୨ଟି ପର୍ଯ୍ୟାୟରେ ହୀରାକୁଦର ୮ଟି ଗେଟ୍ ଖୋଲାଯାଇଥିଲା। ଏଥିସହିତ ମୋଟ ଖୋଲା ଯାଇଥିବା ଗେଟ୍ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା। ଗତ ୩ ଦିନ ଧରି ଉପର ମୁଣ୍ଡରେ ବର୍ଷା ଫଳରେ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଥିଲା।










