26.1 C
Bhubaneswar
Thursday, June 26, 2025
Homeଓଡିଶାଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକ ମୃତ: ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି

ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକ ମୃତ: ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି

ନବରଙ୍ଗପୁର: ନବରଙ୍ଗପୁର ନନ୍ଦାହାଣ୍ଡିରେ ଶ୍ୱାସରୁଦ୍ଧ ହୋଇ ୪ ଜଣଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଲେଖାଏଁ ଟଙ୍କାର ଅନୁକମ୍ପା ରାଶି । ଅନୁକମ୍ପା ରାଶି ଘୋଷମା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଃଖ ପ୍ରକାଶ ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ, ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ପାଇଖାନା ଟାଙ୍କିରେ କାମ କରିବା ବେଳେ  ଶ୍ୱାସ ରୁଦ୍ଧ ହୋଇ ୪ ଜଣଙ୍କ ମୃତ୍ୟୁ ହୋଇଥିଲା ।  ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଥିଲା । ସ୍ଥାନୀୟ ଲୋକଙ୍କ ଖବର ପାଇ  ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଶ୍ରମିକଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା  ା ସ୍ଥାନୀୟ ଅଞ୍ଚଳରେ  ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା । ମୃତକଙ୍କ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking