37.1 C
Bhubaneswar
Thursday, March 28, 2024
Homeଦେଶ ବିଦେଶସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ଆତଙ୍କବାଦୀ ସଫା

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ଆତଙ୍କବାଦୀ ସଫା

ଜାମ୍ମୁ-କାଶ୍ମୀର: ପୁଲଓ୍ୱାମାର ଚାତପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି । ମୃତ ଆତଙ୍କବାଦୀଙ୍କ ନିକଟରୁ କିଛି ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ସୂଚନାମୁତାବକ ଗତକାଲି ବିଳମ୍ୱିତ ରାତିରେ ଏହି ଗୁଳିବିନିମୟ ହୋଇଥିବା ବେଳେ ଚାତପୋରାରେ ମୁହାଁମୁହିଁ ହୋଇଥିଲେ ସୁରକ୍ଷାକର୍ମୀ-ଆତଙ୍କବାଦୀ । ଚାତପୋରାରେ ଆତଙ୍କବାଦୀ ମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ମାନେ ବିଶେଷ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ଅଞ୍ଚଳକୁ ନାକାବନ୍ଦୀ କରିବା ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ପରେ ପରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଗୁଳିବିନିମୟ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଏବେ ବି ସୁକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking