ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ପୂର୍ବରୁ ଭାରତ ସରକାର ୨୦୨୫ର ପଦ୍ମ ସମ୍ମାନ ବିଜେତାଙ୍କ ନାମ ଘୋଷଣା କରିଛନ୍ତି । ପଦ୍ମ ପୁରସ୍କାର ୨୦୨୫ ଘୋଷଣା କଲେ ସରକାର। ଓଡ଼ିଶାରେ ୪ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର। ମେଡିସିନ କ୍ଷେତ୍ରରେ ଓଡ଼ିଶାର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ। କଳାରେ ଅଦ୍ବୈତ ଚରଣ ଗଡ଼ନାୟକଙ୍କୁ ପଦ୍ମଶ୍ରୀ। କଳାରେ ଦୁର୍ଗା ଚରଣ ରଣବୀର, ସାହିତ୍ୟ ଓ ଶିକ୍ଷାରେ ପ୍ରତିଭା ଶତପଥୀ ପଦ୍ମଶ୍ରୀ ମିଳିଛି। ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ଦେଶର ସର୍ବୋଚ୍ଚ ବେସାମରିକ ପୁରସ୍କାର ମଧ୍ୟରୁ ଅନ୍ୟତମ । ୧୯୫୪ ମସିହାରୁ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ଏହି ପୁରସ୍କାର ଘୋଷଣା କରାଯାଏ । କଳା, ସାହିତ୍ୟ ଏବଂ ଶିକ୍ଷା, କ୍ରୀଡା, ଔଷଧ ଏବଂ ସାମାଜିକ କାର୍ଯ୍ୟ ଆଦି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଏ ।