18.1 C
Bhubaneswar
Thursday, February 5, 2026
Homeଓଡିଶାରାଜ୍ୟ କ୍ୟାବିନେଟ୍‌ରେ ୩ଟି ବିଭାଗର ୪ ପ୍ରସ୍ତାବ ପାରିତ

ରାଜ୍ୟ କ୍ୟାବିନେଟ୍‌ରେ ୩ଟି ବିଭାଗର ୪ ପ୍ରସ୍ତାବ ପାରିତ

ଭୁବନେଶ୍ୱର; ଆଜି ରାଜ୍ୟ କ୍ୟାବିନେଟର ୨୪ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଥିଲା l ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ହେବାକୁ ଥିବା ସମ୍ପର୍କିତ ପ୍ରସ୍ତାବ ଥିଲା l

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking