ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର ୪ଟି ମିଶି ମୋଟ ୧୨ଟି ସ୍କୁଇସ ଗେଟ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।ଗୁରୁବାର ଅପରାହ୍ନ ସାଢ଼େ ୧୨ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ. ଜଳଭଣ୍ଡାରର ଜଳସ୍ତର ୬୨୩.୯୭ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୮୧ ହଜାର ୮୮୨ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୨ ଲକ୍ଷ ୨୪ ହଜାର ୬୮୧ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ୧୨ଟି ସ୍ଲୁଇସ ଗେଟ ଜରିଆରେ ୧ ଲକ୍ଷ ୯୧ ହଜାର ୭୩୬ ଘନଫୁଟ ଏବଂ ବିଭିନ୍ନ କେନାଲ, ବ୍ଯଯଯୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୨,୯୪୫ ଘନଫୁଟ ଜଳ ନିଷ୍କାସିତ ହେଉଛି।










