28.1 C
Bhubaneswar
Friday, March 29, 2024
Homeଓଡିଶାବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ

ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପୂର୍ବତନ ସାଂସଦ, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ଆଉ ନାହାନ୍ତି । ୯୮ବର୍ଷ ବୟସରେ ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲରେ ପରଲୋକ ଘଟିଛି । ଦୁଇଦିନ ହେଲା ସେ ସାମାନ୍ୟ ଅସୁସ୍ଥ ଥିଲେ । ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଟିକିଏ ଅବନତି ଘଟିବାରୁ ତାଙ୍କୁ ଆମ୍ବୁଲାନ୍ସରେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ସେଠାରେ ତାଙ୍କର ପରଲୋକ ଘଟିଛି ବୋଲି ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପକ୍ଷରୁ ସୂଚନା ମିଳିଛି ।
ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମାର୍ଚ୍ଚ ୧୧ତାରିଖରେ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ୍ ଅଣ୍ଢିଆ ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା । ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବେ ପରିଚିତ ଥିବା ଶ୍ରୀ ପଟ୍ଟନାୟକ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗଦାନ କରିଥିଲେ । ପ୍ରବାଦ ପୁରୁଷ ବିଜୁପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଛନ୍ତି ଏବଂ ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି । ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking