ଭୁବନେଶ୍ୱର : ଆସନ୍ତା ୨୦ ତାରିଖରୁ ବରଗଡରୁ ଆରମ୍ଭ ହେବ ଧାନ ସଂଗ୍ରହ ସେହିପରି ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ । ଏଥିନିମନ୍ତେ ଆସନ୍ତା ୧୫ ତାରିଖରୁ ଚାଷୀଙ୍କୁ ଟୋକନ ଦିଆଯିବ । ନଭେମ୍ବର ୨୦ରୁ ଡିସେମ୍ବର ୭ ତାରିଖ ଯାଏଁ ଧାନ ସଂଗ୍ରହ ଚାଲିବ । ଧାନର ସର୍ୱନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩ଶହ ଟଙ୍କା ପ୍ରଦାନ କରାଯିବ । ଡିସେମ୍ବର ୮ ତାରିଖରୁ ୨୩ ଶହ ଟଙ୍କା ସହିତ ଅତିରିକ୍ତ ୮ ଶହ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖଆଥଆକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ଜରିଆରେ ପ୍ରଦାନ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟପକ୍ଷରୁ ସୂଚନା ଦିଆଯାଇଛି ା ଡିସେମ୍ବର ୮ରେ ବରଗଡ ସୋହେଲାରେ ରାଜ୍ୟସ୍ତରୀୟ କୃଷକ ସମାବେଶ ହେବ । ଏହି ସମାବେଶରୁ କୁଇଣ୍ଟାଲ ପିଛା ଅତିରିକ୍ତ ୮ଶହ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।