ପୁରୀ : ଆଡ଼ପ ମଣ୍ଡପରେ ତିନି ଦିଅଁ । ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଜିଠୁ ୫ ଦିନ ଯାଏଁ ଆଡ଼ପ ଅବଢ଼ା ମିଳିବ। ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଆସି ମହାପ୍ରଭୁଙ୍କ ଦର୍ଶନ ଠିକ୍ ଭାବେ ପାଇବେ ଓ ଅବଢ଼ା ଖାଇ ସ୍ୱଗୃହକୁ ଫେରିପାରିବେ ସେଥିନିମନ୍ତେ ବ୍ୟବସ୍ଥା କରାଯାଇଛି।ଗତରାତିରେ ରଥ ଉପରୁ ଗୋଟି ପହଣ୍ଡିରେ ଯାଇ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଥିଲେ ଶ୍ରୀଜିଉ।