ଗଞ୍ଜାମ: ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି । ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ସଚେତନତା କରିଛନ୍ତି ସାଗର ମିତ୍ର। ଗଞ୍ଜାମ ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀମାନେ ଏ ନେଇ ଚିନ୍ତା ପ୍ରକଟ କରିଛନ୍ତି। ସରକାରଙ୍କ ତରଫରୁ କ୍ଷତିପୂରଣ ପାଇଁ ମତ୍ସ୍ୟଜୀବୀ ଦାବି କରିଛନ୍ତି।










