37.1 C
Bhubaneswar
Saturday, May 18, 2024
Homeଓଡିଶାପେଟ୍ରୋଲ ଦରରେ ପୁଣି ନିଆଁ

ପେଟ୍ରୋଲ ଦରରେ ପୁଣି ନିଆଁ

ନୂଆଦିଲ୍ଲୀ : ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ପେଟ୍ରୋଲ ଦରରେ ଲାଗିଲା ନିଆଁ । ଆଜି ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ଲଗାତର ତୃତୀୟ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦର ବଢିଛି । ଲଗାତର ଦର ବୃଦ୍ଧି ଯୋଗୁ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୧୧୦ ମୁହାଁ ହୋଇଛି । ଏବେ ଭୁବନେଶ୍ୱରରେ ପେଟ୍ରୋଲ ଦର ରହିଛି ୧୦୯ ଟଙ୍କା ୬୧ ପଇସା । ସେହିପରି ଡିଜେଲ ଦର ୧୦୬ ଟଙ୍କା ୨୨ ପଇସାରେ ପହଂଚିଛି ।
ରାଜ୍ୟର ମାଲକାନଗିରି ଜିଲ୍ଲାରେ ପେଟ୍ରୋଲ ଦର ସର୍ବାଧିକ ରହିଛି । କାଲିମେଳାରେ ଲିଟର ପ୍ରତି ଦର ୧୧୬ ଟଙ୍କା ହୋଇଛି । ଡିଜେଲ ଦର ମଧ୍ୟ ୧୧୨ଟଙ୍କା ଉପରେ ରହିଛି । ଜାତୀୟ ରାଜଧାନୀ ଅଞ୍ଚଳରେ ଦିଲ୍ଲୀରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୮.୬୪ ଓ ଡିଜେଲ୍‌ ଲିଟର୍‌ପିଛା ଟ. ୯୭.୩୭ରେ ବିକ୍ରୟ ହେଉଛି । ମୁମ୍ବାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୧୪.୪୭ ଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୫.୪୯ରେ ବିକ୍ରୟ ହେଉଛି । ଚେନ୍ନାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୫.୪୩ରେ କିଣା ଯାଉଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୧.୫୯ରେ କିଣା ଯାଉଛି । କୋଲ୍‌କାତାରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୯.୧୨ ଥିବା ବେଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୦.୪୯ରେ ବିକ୍ରୟ ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking