34.1 C
Bhubaneswar
Wednesday, May 1, 2024
Homeଓଡିଶାରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ଆଜିଠୁ ନାମାଙ୍କନ ଦାଖଲ

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ଆଜିଠୁ ନାମାଙ୍କନ ଦାଖଲ

ଭୁବନେଶ୍ୱର : ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।

ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ୍।

କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି । ସୂଚନାଯୋଗ୍ୟ, ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking