27.1 C
Bhubaneswar
Wednesday, June 26, 2024
Homeଦେଶ ବିଦେଶବିଭାଗ ବଜାୟ ରଖିଲେ ଗଡକରୀ

ବିଭାଗ ବଜାୟ ରଖିଲେ ଗଡକରୀ

ନୂଆଦିଲ୍ଲୀ : ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏହାପରେ ଆଜି ମୋଦୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି । ସାମ୍ନାକୁ ଆସୁଛି ଗୋଟେ ପରେ ଗୋଟେ ମନ୍ତ୍ରୀ ପଦ । ନିଜ ପୂର୍ବ ବିଭାଗ ବଜାୟ ରଖିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ସଡକ ପରିବହନ ଓ ରାଜପଥ ମନ୍ତ୍ରୀଳୟ ବଜାୟ ରଖିଲେ ଗଡକରୀ । ଅଜୟ ତାମତା ଓ ହର୍ଷ ମାଲହୋତ୍ରା ପରିବହନ ବିଭାଗ ରାଷ୍ଟ୍ରମନ୍ତ୍ରୀ । ସୂଚନାଯୋଗ୍ୟ ଯେ, ମୋଦୀଙ୍କ ସହିତ ନୂଆ ମେଣ୍ଟ ସରକାରର ୭୧ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀ ଥିବା ବେଳେ ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଏବଂ ୩୬ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଷ୍ଟ୍ରପତି ଭବନ‌ ପ୍ରାଙ୍ଗଣରେ ଅନୁଷ୍ଠିତ ଐତିହାସିକ ଶପଥ ସମାରୋହରେ ୭୩ ବର୍ଷୀୟ ପ୍ରଧାନମନ୍ତ୍ରୀ ମୋଦୀ ଓ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରେ ରାଜନାଥ ସିଂହ, ଅମିତ ଶାହ ଓ ନୀତିନ ଗଡକରୀ ଶପଥ ନେଇଥିଲେ। ଏହାପରେ ଜେପି ନଡ୍ଡା, ଶିବରାଜ ସିଂହ ଚୌହାନ, ନିର୍ମଳା ସୀତାରମଣ, ଏସ୍ ଜୟଶଙ୍କର ଓ ମନୋହର ଲାଲ ଖଟ୍ଟର ଶପଥ ଗ୍ରହଣ କରିଥିଲେ। ଖଟ୍ଟରଙ୍କ ପରେ ଏନ୍‌ଡିଏ ସହଯୋଗୀ ଦଳର ପ୍ରଥମ ନେତା ଭାବେ ଏଚ୍‌ଡି କୁମାରସ୍ବାମୀ ଶପଥ ଗ୍ରହଣ କରିଥିଲେ। ଏହାପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଘନିଷ୍ଠ ସହଯୋଗୀ ଜନତା ଦଳ (ୟୁନାଇଟେଡ୍) ନେତା ଲଲନ ସିଂହ ମଧ୍ୟ ଶପଥ ଗ୍ରହଣ କରିଥିଲେ। ଏହାପରେ ପୀୟୂଷ ଗୋୟଲ, ଧର୍ମେନ୍ଦ୍ର ପ୍ରଧାନ, ଜିତନ ରାମ ମାଝୀ, ରାଜୀବ ରଂଜନ ସିଂହ, ସର୍ବାନନ୍ଦ ସୋନୋୱାଲ, ବୀରେନ୍ଦ୍ର କୁମାର, ରାମ ମୋହନ ନାଇଡୁ, ପ୍ରହ୍ଲାଦ ଯୋଶୀ, ଜୁଏଲ ଓରାମ ଏବଂ ଅଶ୍ବିନୀ ବୈଷ୍ଣବ ପ୍ରମୁଖ ଶପଥ ନେଇଥିଲେ। ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking