26.1 C
Bhubaneswar
Thursday, June 19, 2025
Homeଓଡିଶାତିନି ରଥରେ ଗଜପତି କରୁଛନ୍ତି ଛେରାପହଁରା

ତିନି ରଥରେ ଗଜପତି କରୁଛନ୍ତି ଛେରାପହଁରା

ପୁରୀ: ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା, ସ୍ନାନବେଦିରେ ଚତୁର୍ଦ୍ଧା ବିଗ୍ରହ । ତିନି ରଥରେ ଗଜପତି କରୁଛନ୍ତି ଛେରାପହଁରା । ସୁନା କୂଅରୁ ଗରା ଗରା ପାଣି ଆଣି ମହାପ୍ରଭୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ । ପୂଜାପଣ୍ଡା ସାମନ୍ତ ଠାକୁରଙ୍କ ମସ୍ତକରେ ପ୍ରଥମେ ସୁବାସିତ ଜଳ ଅର୍ପଣ କରିବା ପରେ ସେବାୟତମାନେ ତାଙ୍କୁ ସ୍ନାନ କରିବା କାର୍ଯ୍ୟ ଆରମ୍ଭ କରିଥିଲେ  । ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ଓ ବଳଭଦ୍ରଙ୍କୁ ୩୩ ଗରା ଜଳରେ ସ୍ନାନ କରାଯାଇଥିବା ବେଳେ ସୁଭଦ୍ରାଙ୍କୁ ୨୨ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ଜଳରେ ଅଭିଷେକ କରାଯାଇଥିଲା । ଶ୍ରୀଜୀଉଙ୍କ ମହାସ୍ନାନ ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପାରମ୍ପରିକ ରମଜାନରେ ବସି ସ୍ନାନ ମଣ୍ଡପରେ ପହଞ୍ଚି ଛେରାପହଁରା କରୁଛନ୍ତି । ପରେ ବିଧି ଅନୁଯାୟୀ ଆଳତି କରିବେ । ଶ୍ରୀଜିଉମାନେ ଧାରଣ କରିବେ ଗଜାନନ ବେଶ ବା ହାତୀ ବେଶ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking