35.1 C
Bhubaneswar
Monday, June 17, 2024
Homeଓଡିଶାଭୋଟ୍ ଦେଲେ ଗଜପତି ମହାରାଜା

ଭୋଟ୍ ଦେଲେ ଗଜପତି ମହାରାଜା

ପୁରୀ : ଚାଲିଛି ଗଣତନ୍ତ୍ରର ମହାପର୍ବ ।ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ବହୁ ହେଭିଓ୍ବେଟ୍‌ ନେତା। ତେବେ ଏହି ସମୟରେ ଭୋଟ୍ ଦେଲେ ଗଜପତି ଭୋଟ୍ ଦେଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ପତ୍ନୀ ମହାରାଣୀ ଲୀଳାବତି ପାଟମହାଦେଈଙ୍କ ସହ ଆସି ଭୋଟ୍ ଦେଇଛନ୍ତି ଗଜପତି ମହାରାଜା । ଦୋଳମଣ୍ଡପସାହି ପ୍ରକଳ୍ପ ୟୁପି ସ୍କୁଲ ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି । ପ୍ରକାଶ ଯେ ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।
ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking