ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ

gandhi jayanti celebrated

ଯାଜପୁର : ଆଜି ହେଉଛି ଜାତୀର ପିତା ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ । ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସକାଳୁ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯାଜପୁର ସହର ସ୍ଥିତ ଗାନ୍ଧୀଛକ ଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ସଂସ୍କୃତି ଭବନ ଓ ଜିଲାସ୍କୁଲ ପରିସରରେ ଥିବା ମହାତ୍ମା ଗାନ୍ଧି, ଲାଲ ବାହାଦୁର ଶାସ୍ତ୍ରୀ ଏବଂ ଅନ୍ୟାନ୍ୟ ବରପୁତ୍ର ମାନଙ୍କ ପ୍ରତିମୂର୍ତିରେ ରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ଅବସରରେ ଆଇ ଏ ଏସ୍ ପ୍ରୋବେସନର ସଚିନ ପାୱାର, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଧେଶକ ଇନ୍ଦ୍ରମଣି ନାୟକ, ଯାଜପୁର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି , ଅତିରିକ୍ତ ଜିଲାପାଳ ରାଜସ୍ୱ ଅକ୍ଷୟ କୁମାର ମଲିକ, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ପ୍ରମୁଖ ଯୋଗ ଦେଇ ଉଭୟ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥି ସହ ଯାଜପୁର ପୌରପାଳିକା ପକ୍ଷରୁ ସ୍ୱଚ୍ଛତା ସଂପର୍କରେ ଏକ ସଚେତନତା ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here