40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ

ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପୂର୍ବାହ୍ନରେ ବଲାଙ୍ଗିରରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର୍‌ ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ପ୍ରତ୍ୟୁଷରୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୂନ ପ୍ରଚାର କରାଯାଇଥିଲା । ପୂର୍ବାହ୍ନରେ ସ୍ଥାନୀୟ ଗାନ୍ଧୀନଗରପଡ଼ା ସ୍ଥିତ ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତୀ ଓ ଶାସ୍ତ୍ରୀଜୀଙ୍କ ଫଟୋଚିତ୍ରରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ବଲାଙ୍ଗିର ପୌର ପରିଷଦର ନିର୍ବାହୀ ଅଧବକାରୀ ବିପିନ ବିହାରୀ ଦୀପ, ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥୀ ପ୍ରମୁଖ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଦାଂଜଳି ଜ୍ଞାପନ କରିଥିଲେ । ପରେ ଜିଲ୍ଲାପାଳ ଶ୍ରୀ ରାଣା ଗାନ୍ଧୀଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ସ୍ଥଳକୁ ଆସି ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଂଜଳି ପ୍ରଦାନ କରିଥିଲେ । ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତୀରେ ଅନ୍ୟାନ୍ୟ ଅଧିକାରୀମାନେ ମଧ୍ୟ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଂଜଳି ଦେଇଥିଲେ । କୋଭିଡ-୧୯ ମାର୍ଗଦର୍ଶିକା ଅନୁସାରେ ଏହି କାର୍ଯ୍ୟକ୍ରମ ସଂପାଦନ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking