34.1 C
Bhubaneswar
Friday, October 18, 2024
Homeଓଡିଶାହାତ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା

ହାତ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା

ଭୁବନ‌େଶ୍ବର: ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା। ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ପିସିସି ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଗଣେଶ୍ୱର ବେହେରାଙ୍କର କେନ୍ଦ୍ରାପଡ଼ା ବିଧାନସଭା ଆସନରେ ନିଜର ପ୍ରଭାବ ରହିଛି।

ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୮୫ରୁ ୧୯୯୦ ଓ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ସେ ବିଧାନସଭାର ସଦସ୍ୟ ରହିଥିଲେ। ୨୦୦୦ ଓ ୨୦୦୪ରେ ସେ ପଟ୍ଟାମୁଣ୍ଡାଇରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କଠାରୁ ପରାସ୍ତ ହୋଇଥିଲେ।

ପ୍ରାୟ ବର୍ଷେ ହେଲା ସେ ବିଜେଡି ସହ ଯୋଗାଯୋଗରେ ଥିବା କୁହାଯାଉଛି। ସେ ବିଜେଡି‌ରେ ବି ଯୋଗ ଦେବେ ବୋଲି ସୂଚନା ରହିଛି। ଏଥର ବିଜେଡି ତାଙ୍କୁ କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଧାୟକ ପ୍ରାର୍ଥୀ କରିବ ବୋଲି କୁହାଯାଉଛି। ଗଣେଶ୍ବରଙ୍କୁ ଯଦି ବିଜେଡି ଦଳରେ ସାମିଲ କରିବାରେ ସଫଳ ହୁଏ, ତେବେ କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ଅଞ୍ଚଳର କଂଗ୍ରେସ ଭୋଟ ହୁଏତ ବିଜେଡି ପଟକୁ ଚାଲି ଆସିବ ବୋଲି ନେତୃବୃନ୍ଦ ଆକଳନ କରୁଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking