ଗଞ୍ଜାମ: ଗଞ୍ଜାମ ସଡକ ଦୁର୍ଘଟଣାରେ ୬ ମୃତକଙ୍କ ପରିବାରକୁ ସହାୟତା ଘୋଷଣା । ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସହାୟତା ପ୍ରଦାନ ସହ ଆହତଙ୍କ ଆଶୁ ଆରୋଗ୍ୟ ଏବଂ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ସୂଚନାଥାଉକି, ପୁରୁଷୋତ୍ତମପୁର ଥାନା ଅଧିନ ଲଡ଼କାପଲ୍ଲୀ ଛକରେ ବସ- ଅଟୋ ମୁହାଁମୁହିଁ ଧକ୍କାରେ ଛଅ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ସମସ୍ତ ଆହତଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଥିଲା । ପରେ ଉତ୍ତମ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲ କୁ ସ୍ଥାନାନ୍ତର କରାଯାଇଥିଲା । ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି । କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁରୁଷୋତ୍ତମପୁର ଏସଡିଓ ସୁଜିତ୍ କୁମାର ନାୟକଙ୍କ ସମେତ କୋଦଳା ପୋଲିସ କର୍ମଚାରୀ ମାନେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।










