24.1 C
Bhubaneswar
Monday, March 23, 2026
Homeଓଡିଶାଜନନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ...

ଜନନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର : ଜନନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ ଛକ ସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସେହିପରି ଭାବେ ଆଜି ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ଅବସରରେ ଭୁବନେଶ୍ୱର ଡି. ଏ. ଭି ପବ୍ଲିକ ସ୍କୁଲ ଛକ ୟୁନିଟ୍-୮ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀ ଫାଉଣ୍ଡେସନର ଉପଦେଷ୍ଟା ଶ୍ରୀ ଗୋଲକ ପ୍ରସାଦ ମହାପାତ୍ର,ଶହୀଦ ବାଜି ରାଉତ ମେମୋରିଆଲ ଫାଉଣ୍ଡେସନର ଅଧ୍ୟକ୍ଷ ଡ଼.କୃଷ୍ଣଚନ୍ଦ୍ର ଆଇଚ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ ଦାସ,ଉପ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସଂସ୍କୃତି ବିଭାଗ ଉପନିର୍ଦ୍ଦେଶକ ଶ୍ରୀ ଦେବାନନ୍ଦ ବରିହା, ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଂଗୀତା ମହାରଣା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜନନାୟକ ଜୟପ୍ରକାଶ ନାରାୟଣ ଏବଂ ଶହୀଦ ବାଜି ରାଉତଙ୍କର ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅନ୍ୟାନ୍ୟ ଅଧିକାରୀ, ବୁଦ୍ଧିଜୀବୀ ବର୍ଗ, ସମାଜସେବୀ, ରାଜନୈତିକ ନେତୃବୃନ୍ଦ,ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking