18.1 C
Bhubaneswar
Sunday, February 8, 2026
Homeଓଡିଶାଭାରତରତ୍ନ ବାବାସାହେବ ଡଃ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭାରତରତ୍ନ ବାବାସାହେବ ଡଃ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଭାରତରତ୍ନ ବାବାସାହେବ ଡଃ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏଜି ଛକସ୍ଥିତ ଭାରତରତ୍ନ ଡଃ. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମାଲ୍ୟାର୍ପଣ କରିଛନ୍ତି । ସମ୍ବିଧାନ ପ୍ରଣେତା ବାବାସାହେବଙ୍କୁ ଜଣେ ସମାଜ ସଂସ୍କାରକ, ଆଇନଜ୍ଞ, ଅର୍ଥନୀତିଜ୍ଞ ଓ ରାଷ୍ଟ୍ର ନିର୍ମାତା ଭାବେ ମୁଖ୍ୟମନ୍ତ୍ରୀ ଅଭିହିତ କରିଥିଲେ । ମାନସିକ ଦୃଢ଼ତା, ପ୍ରଜ୍ଞା, ସତ୍ୟ ନିଷ୍ଠାର ମୂର୍ତ୍ତିବନ୍ତ ପ୍ରତୀକ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଦେଶ ଗଠନରେ ଆମ୍ବେଦକରଙ୍କ ତ୍ୟାଗର ସ୍ମୃତିଚାରଣ କରିଥିଲେ । ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଗତସିଂହପୁର ସାଂସଦ ଶ୍ରୀ ବିଭୁ ପ୍ରସାଦ ତରାଇ, ଯାଜପୁର ସାଂସଦ ଡ. ରବିନ୍ଦ୍ର ନାରାୟଣ ବେହେରା, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଶିକ୍ଷାବିତ ପ୍ରମୁଖ ଉପସ୍ଥିତ ରହି ମାଲ୍ୟାର୍ପଣ ପୂର୍ବକ ଆମ୍ବେଦକରଙ୍କ ସ୍ମୃତିଚାରଣ କରିଥିଲେ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking